Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ।

ଏହା ପରେ ଦର୍ଶନ ସ୍ଵାଭାବିକ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ, ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ଶ୍ରୀବିଗ୍ରହମାନଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ‘ବନକଲାଗି ନୀତି’ କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ‘ଦତ୍ତମହାପାତ୍ର’ କୁହାଯାଏ ।

ଦତ୍ତମହାପାତ୍ର ସେବକମାନେ ଶ୍ରୀଜିଉଙ୍କ ସିଂହାର କରିବେ।  ଅପରାହ୍ଣରେ ଦ୍ଵିତୀୟ ଭୋଗ ମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହରେ ପ୍ରବେଶ କରିବେ। ଏହି ସମୟରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ନୀତି ସମ୍ପାଦନରେ ଭୂମିକା ରହିଛି।