Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଆସନ୍ତାକାଲି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି ଥିବାରୁ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଏଥିପାଇଁ ଆସନ୍ତାକାଲି ସର୍ବସାଧାରଣଙ୍କ ଲାଗି ବନ୍ଦ ରହିବ ଜଗା ଦର୍ଶନ। ପ୍ରାୟ ୪ ଘଣ୍ଟା କାଳ ମହାପ୍ରଭୁଙ୍କ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଲୋକଙ୍କ ଦର୍ଶନ ।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମହାପ୍ରଭୁଙ୍କ ବନକଲାଗି ପାଇଁ ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ ବୋଲି ସୂଚନା ମିଳିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ