ବାଲିଗୁଡା, ତା, ୦୨/୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ ହୋଇଯାଇଛି l ପ୍ରଥମ ତଥା ଉଦଘାଟନ ଉତ୍ସବରେ ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କ୍ରୀଡ଼ାବିତ ରବିଚନ୍ଦ୍ର ପାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅଞ୍ଚଳ ର ବରିଷ୍ଠ କ୍ରୀଡ଼ାବିତ ଅନ୍ତର୍ଯ୍ୟାମୀ ବେହେରା ଯୋଗ ଦେଇ ଦୁଇ ଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ l ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ସଂସଦର ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଦେବବ୍ରତ ସିଂ ଦେଓ, ଏଲିଆସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ l ପ୍ରଥମ ଦିନର ଖେଳ ରେ ଢୁପା ଏଫ ସି ଦଳ ସହ ଆଦିବାସୀ ମହାବିଦ୍ୟାଳୟ ଦଳ ର ବହୁ ସଙ୍ଘର୍ଷ ମୟ ଖେଳ ରେ ୨-୦ ଗୋଲରେ ଢୁପା ଏଫ ସି ଦଳ ବିଜୟୀ ହୋଇଥିଲେ l ଏହି ଖେଳରେ ବାବୁ ଭାଇ, ତ୍ରିନାଥ ମଳିକ, ଦେବୀ ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଏଥିରେ ୧୨ଟି ଦଳ ଅଂଶ ଗ୍ରହଣ କରୁଥିବା ବେଳେ ଏହାର ଫାଇନାଲ ଖେଳ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ହୋଇ ବିଜେତା ଙ୍କୁ ପ୍ୟାରେଡ ଉତ୍ସବ ରେ ପୁରସ୍କୃତ କରାଯିବ ବୋଲି ସଂସଦ ପକ୍ଷରୁ କୁହାଯାଇଛି l
୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ: ଢୁପା ଦଳ ଦିଜୟୀ
