Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାହୁରେଖା ଲାଗି ନୀତି ପାଇଁ ୨ଟା ୩୦ରୁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା । ଶ୍ରୀଜିଉଙ୍କ ଶ୍ରୀମୁଖ ସୁନ୍ଦର ଦେଖାଯିବା ପାଇଁ ରାହୁରେଖା ଲାଗି କରାଯିବ।

ଏଥିପାଇଁ ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ମି. ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ।ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତମାନେ ଗୋଷ୍ଠୀଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ।

ପ୍ରଥମ ଭୋଗସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ