Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ

CREATOR: gd-jpeg v1.0 (using IJG JPEG v62), quality = 82

ଭୁବନେଶ୍ୱର: ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ଅଗଷ୍ଟ ୧୮ ତାରିଖରେ ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିବ। ଏନେଇ କଲେକ୍ଟର ସୋମେଶ କୁମାର ଉପାଧ୍ୟାୟ ସୂଚନା ଦେଇଛନ୍ତି।

ନିର୍ଦ୍ଦେଶ ଅନୁଯାୟୀ, ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ସାହାଯ୍ୟପ୍ରାପ୍ତ ଏବଂ ବେସରକାରୀ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ଅଗଷ୍ଟ ୧୮ ତାରିଖରେ ବନ୍ଦ ରହିବ। ଆଇଏମଡି ଅଗଷ୍ଟ ୧୮ ତାରିଖରେ ମାଲକାନଗିରିରେ ଝଡ଼ତୋଫାନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି। ତେଣୁ କୌଣସି ଅପ୍ରୀତିକର ପରିସ୍ଥିତି ଏଡାଇବା ଏବଂ ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତି ହୋଇଥିବା ଜଣାପଡ଼ିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ