Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ହସ୍ପିଟାଲରେ ନବୀନ, ଆଜି ଡିସଚାର୍ଜ ହୋଇପାରନ୍ତି…

ଭୁବନେଶ୍ୱର: ଗତକାଲି ଅସୁସ୍ଥତା କାରଣରୁ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ଡି-ହାଇଡ୍ରେସନ ଜନିତ ସମସ୍ୟା ପାଇଁ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ସେ। ତେବେ ଆଜି ତାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯିବ ବୋଲି ସୂଚନା ମିଳିଛି।

ଅପରପକ୍ଷରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ହସ୍ପିଟାଲ ଯାଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିବା ଜଣାପଡ଼ିଛି। ସେହିପରି ବିଜେଡିର ଅନେକ ନେତୃବନ୍ଦ ମଧ୍ୟ ତାଙ୍କୁ ଭେଟିଥିଲେ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣିବାକୁ ପାଇଲି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଦ୍ରୁତ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି ବୋଲି ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ