Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରେଙ୍ଗାଲି ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର:ଆଜି ରେଙ୍ଗାଲି ବ୍ଲକ କାର୍ଯ୍ୟାଳୟ ଠାରେ ସମ୍ବଲପୁର ଜିଲ୍ଲାପାଳ ଏବଂ ସମ୍ବଲପୁର ଆରକ୍ଷୀ ଅଧିକ୍ଷକ ଙ୍କ ର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଅଭିଯୋଗ ଶୁଣାଣି ଠାରେ ମୋଟ ୪୬ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୩୮ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୮ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା। ୦୬ଟି ଅଭିଯୋଗ, ଅନୁଷ୍ଠିତ ଅଭିଯୋଗ ଶୁଣାଣି ଠାରେ ସମାଧାନ କରାଗଲା। ।ଅଭିଯୋଗ ଶୁଣାଣୀ ପରେ ଜିଲ୍ଲାପାଳ ,ଆରକ୍ଷୀ ଅଧିକ୍ଷକ , କ୍ଷେତ୍ରୀୟ ପରିବହନ ଅଧିକାରୀ ଙ୍କ ସହିତ ସମ୍ବଲପୁର ଜିଲ୍ଲାରେ ଯାତାୟାତ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ସହିତ ସହରକୁ ସ୍ଥାୟୀ ଓ ପରିବେଶ-ଅନୁକୂଳ ଯାନବାହନ ଚଳାଚଳ କରିବା ପାଇଁ, ଆଜି ପ୍ରସ୍ତାବିତ ବସ ଡିପୋ ଉପରେ ସମୀକ୍ଷା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories