Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଧର୍ମଗଡ ରେ ରାଜ୍ୟ ବିଜେପି ସଭାପତି, ମନମୋହନ ସାମଲ ଙ୍କ ହାତରୁ ପଦ୍ମ ଧରିଲେ ବିଜେଡି କଂଗ୍ରେସ ଜନ ପ୍ରତିନିଧି।

କଳାହାଣ୍ଡି,୨୭/୦୮
କଳାହାଣ୍ଡି ଜିଲାକୁ ୨ ଦିନିଆ ଗସ୍ତରେ ଆସି ବୁଧବାର ଧର୍ମଗଡ଼ ରେ ଏକ ବିଶାଳ କର୍ମୀ ସମାବେଶ ଓ ମିଶ୍ରଣ ସଭାରେ ଯୋଗଦେଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଧର୍ମଗଡ ଠାରେ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏକ ବିଶାଳ ବାଇକ୍‌ ଶୋଭାଯାତ୍ରା ମାଧ୍ୟମରେ ସେ ସହର ପରିକ୍ରମା କରିବା ସହ ମା ଭଣ୍ଡାର ଘରଣୀ ଦେବୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ଏହାପରେ ସେ ହୋଟେଲ ରାଜ ଠାରେ ଜିଲା ଭାଜପା ପକ୍ଷରୁ ଅନୁଷ୍ଠିତ ସମ୍ବର୍ଦ୍ଧନା ଓ ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ସାମଲଙ୍କ ସମେତ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ପୂର୍ବତନ ମନ୍ତ୍ରୀ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ହିମାଂଶୁ ଶେଖର ମେହେର, ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ, ପୂର୍ବତନ ଜିଲ୍ଲା ସଭାପତି ଦେବେନ୍ଦ୍ର ମହାନ୍ତି,ଧର୍ମଗଡ ନଗରପାଳ ଅଶୋକ କୁମାର ମହାନ୍ତି ପ୍ରମୁଖ ମଞ୍ଚସୀନ ଥିଲେ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଓ ଏହା ଦ୍ୱାରା ସାଧାରଣ ଲୋକ କିପରି ଉପକୃତ ହେଉଛନ୍ତି ସେ ଉପରେ ରାଜ୍ୟ ସଭାପତି ସାମଲ ଉଦ୍‌ବୋଧନ ଦେଇଥିଲେ। କେନ୍ଦ୍ରର ମୋଦି ସରକାର ଓ ରାଜ୍ୟର ମୋହନ ସରକାରଙ୍କ ଜନହିତକର ଯୋଜନା ତୃଣମୂଳ ସ୍ତରରେ ପହଞ୍ଚାଇବା ସହ ସଙ୍ଗଠନକୁ ମଜବୁତ କରିବା ପାଇଁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। ଏହି ଅବସର ରେ ବିଜେଡି ଓ କଂଗ୍ରେସ ଦଳ ରୁ ଅନେକ ଜନ ପ୍ରତିନିଧି ଓ କର୍ମକର୍ତ୍ତା ମାନେ ପଦ୍ମ ଶିବିର ରେ ରାଜ୍ୟ ସଭାପତି ଶ୍ରୀ ସାମଲ ଙ୍କ ଉପସ୍ଥିତି ରେ ଦଳ ରେ ସାମିଲ ହୋଇଥିଲେ।କାର୍ଯ୍ୟକ୍ରମରେ ଧର୍ମଗଡ ନିର୍ବାଚନ ମଣ୍ଡଳୀରୁ ସାଙ୍ଗଠନିକ ମଣ୍ଡଳର ଶତାଧିକ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ