Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରବିବାର ପ୍ରାଥମିକ ଶିକ୍ଷକ ସଂଘ ର ନୂଆଁଖାଇ ଭେଟଘାଟ।

କଳାହାଣ୍ଡି,୧୨/୦୯
କୋକସରା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ପାଇଁ ଆସନ୍ତା ୧୪ ତାରିଖ ରବିବାର ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆମପାଣି ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣ ରେ ରବିବାର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ରେ ବ୍ଲକ ର ଜନ ପ୍ରତିନିଧି, ବରିଷ୍ଠ ଶିକ୍ଷାବିଦ ମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ଏନେଇ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ର ନୂଆଁଖାଇ କାର୍ଯ୍ୟକ୍ରମ ଆୟୋଜନ କର୍ମକର୍ତ୍ତା ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ