Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏସବିଆଇ ଓ ରାମକି ଫାଉଣ୍ଡେସନ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ।

କଳାହାଣ୍ଡି,୧୬/୦୯
ଏସବିଆଇ ଓ ରାମକି ଫାଉଣ୍ଡେସନ ମିଳିତ ଆନୁକୂଲ୍ୟରେ ଆଜି କେସିଙ୍ଗା ବ୍ଲକ ର ସ୍ଥାନୀୟ କିକିଆ ସ୍ଥିତ ଉଚ୍ଚ ବିଦ୍ୟାଳୟ ରେ ଏକ ବିଶେଷ ଭେଷଜ ରୋଗ ର ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ କେଶବ ଚନ୍ଦ୍ର ବାରିକ ଏବଂ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ବିପିନ ପ୍ରଧାନ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ। ବିଦ୍ୟାଳୟ ର ସହକାରୀ ଶିକ୍ଷକ ନୃସିଂହ ପ୍ରସାଦ ଯୋଶୀ ସହକାରୀ ଶିକ୍ଷକ ସନାତନ ସାହୁ ଙ୍କ ଉପସ୍ଥିତି ରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଉକ୍ତ କାର୍ଯ୍ୟକ୍ରମରେ ଭେଷଜ ରୋଗ ଡାକ୍ତର ରବୀନ୍ଦ୍ରନାଥ ଖଟୁଆ ଙ୍କ ତତ୍ୱବାଧାନ ରେ ଏହି ଶିବିର ଆୟୋଜିତ ହୋଇଯାଇଛି। ଏହି ସ୍ୱତନ୍ତ୍ର ଶିବିର ରେ ଅନୁନ୍ୟ ୩୦୨ ଜଣ ଛାତ୍ର ଛାତ୍ରୀଙ୍କୁ ବିଭିନ୍ନ ଭେଷଜ ରୋଗ ପରୀକ୍ଷା କରିବା ସହ ସ୍ବାସ୍ଥ୍ୟ ଏବଂ ଆଗାମୀ ଦିନ ରେ ବିଭିନ୍ନ ରୋଗ ଉପରେ ମଧ୍ୟ ସଚେତନତା କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ସହ ପାଖାପାଖି ଅଞ୍ଚଳ ର ପ୍ରାଥମିକ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଯୋଗଦାନ ଦେଇଥିଲେ।ଏହି କାର୍ଯ୍ୟକ୍ରମ କୁ ରାମକି ଫାଉଣ୍ଡେସନ ର ଚିକିତ୍ସକ ଡାକ୍ତର ବିମଲ ଚରଣ ଷଡଙ୍ଗୀ ଏବଂ ବିଦ୍ୟାଳୟ ର ସହଯୋଗୀ ଶିକ୍ଷକ ଟିକେଶ୍ୱର ସାହୁ ଉମାକାନ୍ତ ମାଝୀ ସହଯୋଗ କରିଥିଲେ।ସ୍ୱାସ୍ଥ୍ୟ ସଚେତନତା ଉପରେ ରାମକି ଫାଉଣ୍ଡେସନ ଶିବିର ଆୟୋଜନ କରି ସମାଜ ଆଉ କଳାହାଣ୍ଡି ଅଂଚଳରେ ଲୋକଙ୍କ ସାଧାରଣ ସ୍ୱାସ୍ଥ୍ୟ କୁ ସୁଧାରିବା ରେ ମୁଖ୍ୟ ଭୂମିକା କରିଆସୁଛି ।ଏପରି ବିଭିନ୍ନ ସ୍ୱାସ୍ଥ୍ୟ ସଚେତନା ଶିବିର କରି କଳାହାଣ୍ଡି ରେ ତାର ସେବା ତାଙ୍କ ଅନୁଷ୍ଠାନ ଜରିଆରେ କରିଆସୁଛନ୍ତି। ରାମକି ସଂସ୍ଥାର କଳାହାଣ୍ଡି ର ପିସି ଭେଷଜ ବିତରକ ଶ୍ରୀମତୀ ଜୋଷ୍ଣା ରାଣୀ ବେହେରା, ନର୍ସି ଶ୍ରୀମତୀ ପଙ୍କଜିନି ରଣା, ଏଲଟି ନିତୁ ନାୟକ, ପାଇଲଟ ନିରଞ୍ଜନ ହାତୀ, ଲିଙ୍ଗରାଜ ସ୍ୱାଇଁ ଉପସ୍ଥିତ ଥିଲେ। ବିଦ୍ୟାଳୟ ର ସହକାରି ଶିକ୍ଷକ ବିନୋଦ ସିଂ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ