Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୁଣି ଆସୁଛି ଲଘୁଚାପ ; ୨୭ ତାରିଖ ଯାଏ ଭିଜିବ ଓଡ଼ିଶା

ପୁଣି ଆସୁଛି ଲଘୁଚାପ  । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା । ୨୬ ତାରିଖରେ ନେବ ଅବପାତ ରୁପ । ୨୭ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର  । ଦ୍ଵିତୀୟ ଲଘୁଚାପ ୨୫ ସେପ୍ଟେମ୍ବର ବେଳକୁ ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ୨୫ ରୁ ୨୭ ସେପ୍ଟେମ୍ବର ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ।

ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ,ଓଡ଼ିଶା , ପଶ୍ଚିମବଙ୍ଗ ଉପକୂଳରେ ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ବର୍ଷା ସହ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ରକୁ ଯିବାକୁ ବାରଣ କରାଯାଇଛି । ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀଙ୍କୁ ୨୪ ସେପ୍ଟେମ୍ବର ସୁଦ୍ଧା କୂଳକୁ ଫେରିଆସିବାକୁ କୁହାଯାଇଛି ।