Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଳକା ଚାଉଳକୁ ନେଇ ବିଧାନସଭା ଗୃହରେ ଉଦବେଗ; ଶାସକ-ବିରୋଧୀ ମୁହାଁମୁହିଁ

ଖରିଫ ପୂର୍ବରୁ ବଳକା ଚାଉଳକୁ ନେଇ ବିଧାନସଭା ଗୃହରେ ଉଦବେଗ। ଶାସକ-ବିରୋଧୀ ମୁହାଁମୁହିଁ । ରାଜ୍ୟରେ ୧୩ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବଳକା ଅଛି। ଏହି ଚାଉଳ କେନ୍ଦ୍ର ସରକାରଙ୍କୁ ନେବା ପାଇଁ ବାରମ୍ବାର ଅନୁରୋଧ କରାଯାଇଛି। ଯଦି ସରକାର ଚାଉଳ ନ ଉଠାନ୍ତି, ତେବେ ଏହାକୁ ନିଲାମ କରିବାକୁ ଯୋଜନା କରୁଛନ୍ତି ସରକାର ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏହାସହ ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ୧୧ଟି ଜିଲ୍ଲାକୁ ୩ ମାସର ଅଧିକ ଚାଉଳ ଦିଆଯାଇଛି । ରାଜ୍ୟରେ ମୋଟ ୬୩ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଉତ୍ପାଦନ ହୋଇଥିଲା। ଯେଉଁଥିରୁ ୫୦ ଲକ୍ଷ ମେଟ୍ରିକ୍ ଟନ୍ ବ୍ୟବହାର ହୋଇଛି। ତେବେ ୮ ବର୍ଷରେ କେନ୍ଦ୍ର ସରକାରଙ୍କ ଉପରେ ୮ ହଜାର କୋଟି ଟଙ୍କା ବାକି ରହିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ତେବେ ଏନେଇ ଆଜି ବିଜେଡି ବିଧାୟକ ପ୍ରତାପ ଦେବ ଗୃହରେ ପ୍ରଶ୍ନ କରିଥିଲେ, ଯାହାର ଉତ୍ତର ରଖିଥିଲେ ଯୋଗାଣ ମନ୍ତ୍ରୀ ।