Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

 ଦିନକ ପୂର୍ବରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ

ପୂର୍ବ ନିର୍ଦ୍ଧାରିତ ଦିନକ ପୂର୍ବରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୧୬ରୁ ଅଧିବେଶନ ଆରମ୍ଭ ହୋଇଥିଲା । ସୂଚୀ ଅନୁସାରେ ସେପ୍ଟେମ୍ବର ୨୫ ଯାଏଁ ଗୃହ ଚାଲିବାର ଥିଲା । ବାଚସ୍ପତି ସୁରମା ପାଢ଼ୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ କାର୍ଯ୍ୟ ମୁଲତବି ରଖିଛନ୍ତି । କିଛି ସରକାରୀ କାର୍ଯ୍ୟ ନଥିବାରୁ ଓ ନବରାତ୍ର ପୂଜା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ଗୃହ କାର୍ଯ୍ୟକୁ ବନ୍ଦ ପ୍ରସ୍ତାବ ଆଣିଛନ୍ତି । 

ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଗତ ୧୬ ତାରିଖ ଦିନ ଆରମ୍ଭ ହୋଇଥିଲା । ଏହି ଅଧିବେଶନ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା । କିନ୍ତୁ କିଛି ସରକାରୀ କାର୍ଯ୍ୟ ନଥିବାରୁ ଓ ନବରାତ୍ର ପୂଜା ପାଇଁ ଆଜି ସରକାରୀ ଦଳ ମୁଖ୍ୟ ସଚେତକ ଗୃହ କାର୍ଯ୍ୟକୁ ବନ୍ଦ ପ୍ରସ୍ତାବ ଆଣିଥିଲେ । ଫଳରେ ଦିନକ ପୂର୍ବରୁ ବିଧାନସଭାର ମୌସୁମୀ ଅଧିବେଶନ ଶେଷ କରାଯାଇଛି । 

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ