କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍ର ଆୟୋଜନ କରାଯିବ । ଅକ୍ଟୋବର ୧୦ ତାରିଖ ଠାରୁ ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ । ଭାରତୀୟ ଆଥଲେଟିକ୍ସ ମହାସଂଘ, ଓଡ଼ିଶା ଆଥଲେଟିକ୍ସ ସଂଘ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହା ଆୟୋଜିତ ହେବ ।
ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୨୦୦୦ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିବେ । ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ ଜଣ ମହିଳା ସର୍ବମୋଟ ୭୫ ଜଣ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିବେ । ସର୍ବାଧିକ କ୍ରୀଡ଼ାବିତ୍ (୧୪୭ ଜଣ) ହରିୟାଣା ରାଜ୍ୟରୁ ଅଂଶଗ୍ରହଣ କରିବେ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି ।