Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦର୍ଲିପଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ ।

କଳାହାଣ୍ଡି,୧୫/୧୦
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନସ୍ଥ ବଡ କେନ୍ଦୁଗୁଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦର୍ଲିପଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି | ବଡ କେନ୍ଦୁଗୁଡା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶରତ ପୁଝାରୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ଚେୟାରପରସନ୍ କୁଞ୍ଜ ମାଝୀ, ମୁଖ୍ୟବକ୍ତା ଭାବେ ମହିମା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଡୁଡୁକାଠେଙ୍ଗାର ସହକାରୀ ଶିକ୍ଷକ କୁମୁଦ ଚନ୍ଦ୍ର ଚଣ୍ଡୀ , ସମ୍ମାନିତ ଅତିଥି ଭାବେ ବରିଷ୍ଠ ଶିକ୍ଷକ ଉପେନ୍ଦ୍ର ସାହୁ, ବୀର କିଶୋର ନାଗ, ଲିଙ୍ଗରାଜ ନାଏକ, ସୁବାସ ଚନ୍ଦ୍ର ବାଗ, ତ୍ରିଲୋଚନ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ। ଅତିଥି ପରିଚୟ ଓ ସ୍ବାଗତ ଅଭିଭାଷଣ ଦର୍ଲିପଡା ସିଆରସିସି ଉମାଶଙ୍କର ସତନାମୀ ପ୍ରଦାନ କରିଥିବା ବେଳେ ମଞ୍ଚ ପରିଚାଳନା ଶିକ୍ଷକ ଅଜିତ ସାହୁ ଓ ପ୍ରସନ୍ନ କୁମାର ନାଏକ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥିମାନେ ଭଗବାନ ଗଣେଶଙ୍କ ମୂର୍ତ୍ତିରେ ଦୀପ ପ୍ରଜ୍ଜ୍ଵଳିତ କରି ପୂଜାର୍ଚ୍ଚନା କରିଥିଲେ। ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ । ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟରର ୧୪ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ବେଳେ କୃତୀ ଛାତ୍ରଛାତ୍ରୀଙ୍କୁ ମାନପ‌ତ୍ର ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା। ଏଥିରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ