Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରେଙ୍ଗାଲପାଲି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ।

କଳାହାଣ୍ଡି,୧୫/୧୦
ଛାତ୍ରଛାତ୍ରୀ ଙ୍କ ଅନ୍ତର୍ନିହିତ ପ୍ରତିଭା କୁ ପ୍ରସ୍ଫୁଟିତ ଉଦେଶ୍ୟ ନେଇ ଆରମ୍ଭ ହୋଇଥିବା ଶିଶୁ ମହୋତ୍ସବ ସୁରଭି କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ କୁମଯୋର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ରେଙ୍ଗାଲପାଲି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୫ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ସାଂସ୍କୃତିକ କାର୍ଯ୍ୟକ୍ରମ, ପିଏମ ପୋଷଣ ଚିତ୍ରକଳା ଓ ଶିଳ୍ପକଳା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା।ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଲଳିତ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ସମାରୋହରେ ମୁଖ୍ୟ ଅତିଥି ଭାବେ ଜୟପାଟଣା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ସୁରେନ୍ଦ୍ର ମୋହନ ଯୋଶୀ, ସମ୍ମାନିତ ଅତିଥି ଭାବେ କୁମଯୋର ଉ. ପ୍ରା ବିଦ୍ୟାଳୟର ପରିଚାଳନା କମିଟିର ସଭାପତି କ୍ଷେତ୍ର ସାମରଥ,ପ୍ରଧାନଶିକ୍ଷକ ତ୍ରିଲୋଚନ ଦୁର୍ଗା,କୁମଯୋର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷାବିତ ମୁରଲୀଧର ଦୁର୍ଗା ଭଇଁରିପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ହେମନ୍ତ କୁମାର ପାଣିଗ୍ରାହୀ, ବିମଳା ଉ. ପ୍ରା ବିଦ୍ୟାଳୟର ପ୍ରଧାନଶିକ୍ଷକ ରମାକାନ୍ତ ମାଝୀ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ଶିକ୍ଷକ ରଞ୍ଜନ ବରିହା ମଞ୍ଚ ପରିଚାଳନା କରିଥିଲେ। ସିଆରସିସି ବେଦବର ନିଆଲ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷକ ଗଣେଶ ଶବର ଧନ୍ୟବାଦ ଅର୍ପଣ କରିଥିଲେ।ତ୍ରିନାଥ ନାଏକ, ସୁବାଷ ବିଶ୍ୱାଳ, ଲୋରେସନ ନାଏକ,ଗିରିଧାରୀ ନାଏକ, ଟୁନୁପ୍ରସାଦ ଦାସ, ପରମେଶ୍ୱର ଶବର, ସନ୍ତୋଷ ଭୋଇଙ୍କ ସମେତ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମହୋତ୍ସବ ପରିଚାଳନାରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ