Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କହ୍ନେଇଙ୍କ ‘ଦିଲ୍ଲୀ ଡିଲ୍‌’; ବିଜେଡିର ପ୍ରାର୍ଥୀ ଘୋଷଣା ପରେ ତେରେଚ୍ଛା ବାଣ ମାରିଲେ ଶ୍ରୀମୟୀ ମିଶ୍ର

Oplus_16908288

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇପଡ଼ିଲାଣି। ସବୁ ଦଳ ନିଜନିଜ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡ଼ି ଶେଷରେ ନିଜର ପ୍ରାର୍ଥୀ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛି।

ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିବା ପରେ ରାଜନୀତି ମାହୋଲରେ ହଇଚଇ ସୃଷ୍ଟି ହୋଇଛି। ତେବେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ନିଲମ୍ବିତ ନେତ୍ରୀ ଶ୍ରୀମୟୀ ମିଶ୍ର ତେରେଚ୍ଛା ବାଣ ମାରିଛନ୍ତି। ଏହାକୁ କହ୍ନେଇଙ୍କ ‘ଦିଲ୍ଲୀ ଡିଲ୍‌’ ବୋଲି ସେ ସମାଲୋଚନା ମଧ୍ୟ କରିଛନ୍ତି।

ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ କହିଛନ୍ତି ଯେ, ଜିଲ୍ଲା ବାହାରର ପରାଜିତ ନେତ୍ରୀଙ୍କୁ ବିଜେଡି ଟିକେଟ୍ ଦେଇ ପରୋକ୍ଷରେ ‘କହ୍ନେଇ’ଙ୍କ ସ୍ଥାୟିତ୍ୱ ଓ ଡିଲକୁ କାର୍ଯ୍ୟକାରୀ କରାଇଛି । ଯେଉଁ ନେତ୍ରୀଙ୍କୁ ବିଜେଡି ନୂଆପଡ଼ା ଉପନିର୍ବାଚନରେ ପ୍ରାର୍ଥୀ କରିବ ବୋଲି କହିଛି ସେ ଗତ ମାସରେ କହ୍ନେଇଙ୍କୁ ନବୀନବାବୁଙ୍କ ‘ମାନସ ପୁତ୍ର’ କହିବା ପରେ ହିଁ ତାଙ୍କୁ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ପଦବୀରେ ପୁରସ୍କୃତ କରାଯାଇଥିଲା । ଯେଉଁ ମହିଳା ନିଜ ଦଳର ନେତ୍ରୀଙ୍କୁ ଅପମାନିତ ହେବାର ଦେଖି ଚୁପ୍ ରହିଥିଲେ ଓ ପାଣ୍ଡିଆନଙ୍କ ଚାପରେ ବାରମ୍ବାର ବୟାନ ବଦଳାଇଥିଲେ ଏବେ ତାଙ୍କୁ ନୂଆପଡ଼ାରେ ବିଜେଡିର ପ୍ରାର୍ଥୀ କରାଯାଇଛି । ବରଗଡ଼ର ଏହି ନେତ୍ରୀ ଗତ ସାଧାରଣ ନିର୍ବାଚନରେ ନିଜ ପାରମ୍ପରିକ ଆସନରୁ ୨୯ହଜାର ଭୋଟ୍ ବ୍ୟବଧାନରେ ଶୋଚନୀୟ ପରାଜିତ ହୋଇଥିଲେ । ଏବେ ସିଏ ନୂଆପଡ଼ାରେ ଦଳର ପ୍ରାର୍ଥୀ ହେବାପରେ ସ୍ପଷ୍ଟ ପ୍ରମାଣିତ ହେଲା ଯେ, ବିଜେଡି କିଭଳି ନୂଆପଡ଼ାରେ ତୃତୀୟ ସ୍ଥାନରେ ରହିବ ସେଥିପାଇଁ ବିରାଟ ଷଡ଼ଯନ୍ତ୍ର ଗତ ସପ୍ତାହରେ ଦିଲ୍ଲୀରେ ହୋଇସାରିଥିଲା । ଦଳର କୋର ଟିମ୍ ସଦସ୍ୟମାନେ ସେହି କହ୍ନେଇଙ୍କୁ ନବୀନ ନିବାସରେ ଭେଟି ମଙ୍ଗଳବାର ସନ୍ଧ୍ୟାରେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ବି ଦେଲେ । ମାତ୍ର ହେଲା କ’ଣ? ନୂଆପଡ଼ାର ହଜାର ହଜାର ବିଜୁପ୍ରେମୀ ଓ ଦଳୀୟ କର୍ମୀଙ୍କ ପ୍ରତି ଏହା ଅପମାନ ନୁହେଁ ତ ଆଉ କ’ଣ? ଯେଉଁ ଅଣଓଡ଼ିଆ ବ୍ୟକ୍ତି ପାଇଁ ବିଜେଡିର ୨୪ବର୍ଷର ସରକାର ଚାଲିଗଲା, ଆଉ ଏବେ ନୂଆପଡ଼ାରେ ତୃତୀୟ ସ୍ଥାନରେ ରହିବାର ଷଡ଼ଯନ୍ତ୍ର ହେଲା, ତାକୁ କେତେଦିନ ସହିବେ ବିଜେଡିର ନେତାମାନେ, ସେ ବିଚାର ଆପଣମାନଙ୍କ ଉପରେ ଛାଡ଼ିଲି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ