Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଉ ୩ ଜିଲ୍ଲାକୁ ଗଡିବ ମୋ ବସ୍‌

ଭୁବନେଶ୍ବର: ଏଣିକି ଆଉ ୩ ଜିଲ୍ଲାରେ ଗଡିବ ମୋ ବସ୍‌। ଗଞ୍ଜାମ,ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ଗଡିବ ମୋ ବସ୍ । ଏହି ୩ ଜିଲ୍ଲାବାସୀ ପାଇପାରିବେ ମୋ ବସ୍‌ ସେବା। ଏ ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର ଓ ବେଲପାହାଡ କ୍ଲଷ୍ଟରରେ ଗଡ଼ିବ ମୋ ବସ ।

ସେହିପରି ବ୍ରହ୍ମପୁର-ଗୋପାଳପୁର-ଛତ୍ରପୁର-ହିଞ୍ଜିଳିକାଟୁ, ଦିଗପହଣ୍ଡି କ୍ଲଷ୍ଟରରେ ଗଡ଼ିବ ମୋ ବସ୍ । ଏହା ଦ୍ୱାରା ପଶ୍ଚିମ ଓଡ଼ିଶା ସହ ଗଞ୍ଜାମ ଜିଲ୍ଲାର ଲୋକେ ସୁବିଧା ପାଇ ପାରିବେ । ଯାତ୍ରୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ