Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନିର୍ଦ୍ଧାରିତ ହେଲା “ଯୁକ୍ତ ଦୁଇ” ପରୀକ୍ଷା ତାରିଖ, ଫେବୃୟାରୀ ୧୫ରୁ ୨୫ ଭିତରେ ହେବ

ଭୁବନେଶ୍ୱର: ଆସନ୍ତା ଫ୍ରେବୃଆରୀରେ ହେବ ଯୁକ୍ତ ଦୁଇ ପରୀକ୍ଷା।ଫେବୃୟାରୀରେ ମାସ ୧୫ ତାରିଖରୁ ୨୫ ତାରିଖ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ ପ୍ରଦାନ କରାଯିବ। ତେବେ ମିଳିଥିବା ସୂଚନା ମୁତାବକ, ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୨ରୁ ୩୧ ଭିତରେ ହେବ । ଯେଉଁମାନେ ଏହି ସମୟରେ ଇଣ୍ଟରନାଲ ଦେଇପାରିବେ ନାହିଁ, ସେମାନେ ଜାନୁୟାରୀ ୧୦ରୁ ୧୫ ଭିତରେ ଇଣ୍ଟରନାଲ ପରୀକ୍ଷା ଦେବା ପାଇଁ ଆଉ ଏକ ସୁଯୋଗ ପାଇବେ ।

ସୂଚନା ଅନୁସାରେ, ଜାନୁୟାରୀ ୨ ତାରିଖରୁ ୧୫ ତାରିଖ ଭିତରେ ଆରମ୍ଭ ହେବ ପ୍ରାକ୍ଟିକାଲ୍ ପରୀକ୍ଷା । ଏକ୍ସ- ରେଗୁଲାର ଫର୍ମ ଫିଲ୍ଅପ ଅକ୍ଟୋବର ୧୩ରୁ ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ଆସନ୍ତା ଅକ୍ଟୋବର ୨୦ରୁ ନଭେମ୍ବର ୨୨ ଯାଏଁ ରେଗୁଲାର ପିଲାଙ୍କ ଫର୍ମ ଫିଲ୍ଅପ ଚାଲିବ। ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା।

ତେବେ ଏଥର ସମୁଦାୟ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା। ରେଜଲ୍ଟ ବାହାରିବା ପରେ ଏଥର ନୂଆକରି ପ୍ରୋଭିଜନାଲ୍ ସାର୍ଟିଫିକେଟକୁ ଡିଜିଟାଲ କରାଯିବ ବୋଲି ସୂଚନା ମିଳିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories