Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସାନ ପୋଡ଼ାଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ ।

କଳାହାଣ୍ଡି,୧୭/୧୦
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ସିର୍ଲିଗୁଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ବିଆରସିସି ତୋଫାନ ମାଝୀ ଙ୍କ ସଭାପତିତ୍ବ କରି ସୁରଭି କାର୍ଯ୍ୟକ୍ରମ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଟେମରା ସରପଞ୍ଚ କ୍ଷିତିରାମ ପାତ୍ର, ମୁଖ୍ୟବକ୍ତା ଭାବେ ପ୍ରଧାନ ଶିକ୍ଷକ ସଞ୍ଜୀବ କୁମାର ପାଢୀ,ସମ୍ମାନିତ ଅତିଥି ଭାବେ ସମାଜସେବି ଚୌଧୁରୀ ଦୁର୍ଗା, ଥୁ ଟି ବର ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ନାଏକ, ବିଦ୍ୟାଳୟ ପରିଚାଳନା କମିଟିର ସଭାନେତ୍ରୀ ରମଣୀ ନାଏକ ଯୋଗ ଦେଇଥିଲେ। ଅତିଥିମାନେ ନିଜ ପ୍ରତିଭା କୁ ଲୋକଲୋଚନକୁ ଆଣିବା ପାଇଁ ଛାତ୍ରଛାତ୍ରୀ ଙ୍କ ପାଇଁ ସୁରଭି ଏକ ଉତ୍ତମ ମଞ୍ଚ ବୋଳି ମତ ଦେଇଥିଲେ।ଶିକ୍ଷକ ଚମ୍ପେଶ୍ୱର ନାଏକ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ। ସାନ ପୋଡ଼ାଗୁଡା କ୍ଲଷ୍ଟର ର ୧୪ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରି ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ। କାର୍ଯ୍ୟକ୍ରମ କୁ ଶିକ୍ଷକ କ୍ଷୀରସିନ୍ଧୁ ବାଣୁଆ ମଞ୍ଚ ସଂଯୋଜନା କରିଥିବା ବେଳେ ପ୍ରଧାନ ଶିକ୍ଷୟିତ୍ରୀ ଜାଜ୍ଞସେନି ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। କ୍ଲଷ୍ଟର ର ୧୪ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସୁରଭି କାର୍ଯ୍ୟକ୍ରମ ସଫଳ ରୂପାୟନ ରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ