Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ୱୀ ଯାଦବ, ଉପ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ମୁକେଶ ସହନୀ

ପାଟଣା: ବିହାରରୁ ଆସିଲା ଏକ ବଡ଼ ଖବର। ବିରୋଧୀ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ଆରଜେଡି ନେତା ତେଜସ୍ୱୀ ଯାଦବ। ଏନେଇ ମହାମେଣ୍ଟ ତରଫରୁ ଆଜି ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। କଂଗ୍ରେସ ନେତାଙ୍କ ସହ ତମାମ ଆଲୋଚନା ପରେ ମହାମେଣ୍ଟ ତରଫରୁ ପ୍ରେସମିଟ୍ କରି ଏହି ଘୋଷଣା କରାଯାଇଛି। କଂଗ୍ରେସ ନେତା ଅଶୋକ ଗେହଲଟ ଏହି ଘୋଷଣା କରିଛନ୍ତି।

ଅଶୋକ ଗେହଲଟ କହିଛନ୍ତି, ବିହାରରେ ମହାମେଣ୍ଟ ପୂରାପୂରି ଭାବେ ଏକଜୁଟ୍ ଅଛି। ଏଥିସହିତ ପୂରା ଶକ୍ତି ଲଗାଇ ନିର୍ବାଚନ ଲଢୁଛି । ମୁଖ୍ୟମନ୍ତ୍ରୀ ଚେହେରା ସମ୍ପର୍କରେ ସେ କହିଛନ୍ତି ଯେ, ସମସ୍ତଙ୍କର ରାୟ ନେବା ପରେ ଏହି ନିଷ୍ପତ୍ତି ନିଆଯାଇଛି ଯେ ତେଜସ୍ୱୀ ଯାଦବ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ଚେହେରା ହେବେ।

ଅନ୍ୟପଟେ ଏହା ମଧ୍ୟ କୁହାଯାଇଛି ଯେ, ଯଦି ବିହାରରେ ମହାମେଣ୍ଟ ସରକାର ଗଠନ କରେ ତେବେ ତେଜସ୍ୱୀ ମୁଖ୍ୟମନ୍ତ୍ରୀ ହେବା ସହିତ ମୁକେଶ ସହନୀ ହେବେ ଉପ-ମୁଖ୍ୟମନ୍ତ୍ରୀ। ତେବେ ଏହି ଘୋଷଣା ଏବେ ବିହାର ରାଜନୀତିକୁ ସରଗରମ କରିଛି। ଆଉ ଏହା ମହାମେଣ୍ଟକୁ ନିର୍ବାଚନରେ କେତେ ଫାଇଦା ଦେଉଛି ତାହା ଉପରେ ସମସ୍ତଙ୍କର ନଜର ରହିଛି ।

ଜାଣିରଖିବା ଉଚିତ ଯେ, ବିହାରରେ ଏଥର ଏନଡିଏ ଏବଂ ମହାମେଣ୍ଟ ଭିତରେ କଡ଼ା ଟକ୍କର ଦେଖିବାକୁ ମିଳିପାରେ। ଗୋଟିଏ ପଟେ ଏନଡିଏ ନୀତିଶ କୁମାରଙ୍କ ନେତୃତ୍ୱରେ ମୈଦାନକୁ ଓହ୍ଲାଇଛି। ହେଲେ ମହାମେଣ୍ଟରେ କିନ୍ତୁ ଦୀର୍ଘ ଦିନ ହେଲା ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଅଙ୍କ ଛିଣ୍ଡିପାରୁନଥିଲା। ଖାସ୍ କରି ତେଜସ୍ୱୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିବାକୁ କଂଗ୍ରେସ ଅମଙ୍ଗ ଥିବା ଚର୍ଚ୍ଚା ହେଉଥିଲା। ହେଲେ ଶେଷରେ କଂଗ୍ରେସ ସହିତ ମହାମେଣ୍ଟ ତେଜସ୍ୱୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ