‘ମୋନ୍ଥା’ର ପ୍ରଭାବ: ୩୦ ତାରିଖ ଯାଏ ୮ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ମୋନ୍ଥାର ପ୍ରଭାବକୁ ଆଖି ଆଗରେ ରଖି ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଜିଠାରୁ ୩୦ ତାରିଖ ଯାଏ ୮ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ ରହିବ। ମାତ୍ର ଏହି ସବୁ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି।
ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି। ଏନେଇ ସ୍ବତନ୍ତ୍ର ରିଲିଫ୍ କମିସନର୍ ଦେଓରଂଜନ ସିଂହ ସୂଚନା ଦେଇଛନ୍ତି। ଏଣେବର୍ଷା ସମୟରେ ଘରୁ ନ ବାହାରିବାକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅନୁରୋଧ କରିଛନ୍ତି।

