Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶ୍ରୀକାକୁଲମରେ ଘଟିଛି ଅଭାବନୀୟ ଘଟଣା, ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା ଘଟଣାରେ ୯ ଜଣ ମୃତ

ଆନ୍ଧ୍ରପ୍ରଦେଶ,୧|୧୧ : ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଘଟିଛି ଏକ ଦୁଃଖଦ ଘଟଣା | ଶ୍ରୀକାକୁଲମରେ କାଶିବୁଗା ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଛି | ତେବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ଏବଂ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି।

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମଓ) ପକ୍ଷରୁ ଜାରି କରାଯାଇଥିବା ଏକ ସୂଚନା ଅନୁସାରେ, ଏକାଦଶୀ ପାଳନ ସକାଶେ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ ଭିଡ଼ ଜମିଥିଲା | ଅତ୍ୟଧିକ ଭିଡ ଫଳରେ ମନ୍ଦିରରେ ଦଳାଚକଟା ହୋଇଥିଲା। ଘଟଣାରେ ଅନେକ ଭକ୍ତ ଆହତ ହୋଇଛନ୍ତି ଏବଂ ସେମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି |

ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଘଟଣାସ୍ଥଳରେ ପୋଲିସ ଟିମ୍ ପହଞ୍ଚିଥିଲେ | ରାଜ୍ୟ କୃଷି ମନ୍ତ୍ରୀ କେ ଆଟଚାନ୍ନାଇଡୁ ମନ୍ଦିରରେ ପହଞ୍ଚି ଘଟଣାର ସମ୍ପୂର୍ଣ୍ଣ ସମୀକ୍ଷା କରିବା ସହ ମନ୍ଦିର କର୍ତ୍ତୃପକ୍ଷଙ୍କ ସହ ସାକ୍ଷାତ କରିଥିଲେ। “ଶ୍ରୀକାକୁଲମ ଜିଲ୍ଲାର କାଶିବୁଗାରେ ଥିବା ଭେଙ୍କଟେଶ୍ୱର ମନ୍ଦିରରେ ଦଳାଚକଟା ଘଟଣାରେ ସେ ଦୁଃଖ ପ୍ରକାଶ କରି କହିଛନ୍ତି ଯେ ଭକ୍ତଙ୍କ ମୃତ୍ୟୁ ଘଟଣା ଅତ୍ୟନ୍ତ ହୃଦୟ ବିଦାରକ। ମୁଁ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଉଛି।

ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ “ଶ୍ରୀକାକୁଲମ ଜିଲ୍ଲାର କାଶିବୁଗାରେ ଥିବା ଭେଙ୍କଟେଶ୍ୱର ମନ୍ଦିରରେ ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି | ଆହତମାନଙ୍କୁ ଶୀଘ୍ର ଏବଂ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି | ଘଟଣାସ୍ଥଳ ପରିଦର୍ଶନ କରିବାକୁ ଏବଂ ରିଲିଫ୍ ପଦକ୍ଷେପ ତଦାରଖ କରିବାକୁ ମୁଁ ସ୍ଥାନୀୟ ଅଧିକାରୀ ଏବଂ ଜନପ୍ରତିନିଧିମାନଙ୍କୁ ଅନୁରୋଧ ମଧ୍ୟ କରିଛନ୍ତି |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ