ଯୁବ ରେଡକ୍ରସ ସ୍ବେଚ୍ଛାସେବୀଙ୍କ ପାଇଁ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମ।
କଳାହାଣ୍ଡି,୦୧/୧୧
କଳାହାଣ୍ଡି ଜିଲ୍ଲା କୋକସରା ସ୍ଥିତ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ରେ ଯୁବ ରେଡକ୍ରସ ସ୍ବେଚ୍ଛାସେବୀ ମାନଙ୍କପାଇଁ ଅନ୍ତର୍ଭୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓ ସତର୍କତା ସଚେତନ ସପ୍ତାହ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି l ଅଧ୍ୟକ୍ଷ ପୁଷ୍ପରାଜ ମେହେରଙ୍କ ସଭାପତିତ୍ବରେ ଆୟୋଜିତ ସଚେତନତା ସଭାରେ ଅଧ୍ୟାପକ ଅଶ୍ବିନୀ କୁମାର ପଟ୍ଟନାୟକ, ଅଧ୍ୟାପିକା ବେଦମୟୀ ବାରିକ ଓ ଶୁଭଶ୍ରୀ ସାହୁ ମଞ୍ଚାସୀନ ଥିଲାବେଳେ ଅତିଥି ଭାବେ ଯୁବ ରେଡକ୍ରସ୍ ପରାମର୍ଶଦାତା ମୋହନ ଚରଣ ବିଷି ଯୋଗଦେଇ ଛାତ୍ର ଛାତ୍ରୀମାନଙ୍କୁ ରେଡକ୍ରସର ଇତିହାସ ଓ ବିକାଶ, ମୌଳିକ ନୀତି, ଚିହ୍ନ ବିଷୟରେ ଆଲୋଚନା କରିଥିଲେ। ଯୁବ ରେଡକ୍ରସ୍ ପରାମର୍ଶଦାତା ସୁବ୍ରତ କୁମାର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ , ଅଧ୍ୟାପିକା କନକ ମଞ୍ଜରୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ଯକ୍ରମ ପରିଚାଳନାରେ ଜିତେନ୍ଦ୍ର କୁମାର ପ୍ରଧାନୀ, ପ୍ରତାପ ବିଷି, ପୁଷ୍ପିତା ବିଶି,ହୃଦାନନ୍ଦ ଧ.ମାଝୀ,ସୁନୀଳ ପ୍ରଧାନୀ, ତପନ ବିଶି,ବିଷ୍ଣୁ ବିଶି,ଲାଲୁ ପ୍ରଧାନୀ,ଉଜାଗର ମାଝୀ ସହଯୋଗ କରିଥିଲେ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଯୁବ ରେଡକ୍ରସ ସ୍ବେଚ୍ଛାସେବୀ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ।

