ନିର୍ବାଚନରେ ସ୍ୱଚ୍ଛତା ପାଇଁ ଭୋଟ ଗ୍ରହଣ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ କଟକଣା
ଭୁବନେଶ୍ବର: ଭୋଟ ଗ୍ରହଣ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ପ୍ରଚାର ଉପରେ କଟକଣା। ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ଏଭଳୀ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି।
ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବର ଅବଧି ଅର୍ଥାତ ନୀରବ ଅବଧି, କୌଣସି ରାଜନୈତିକ ପ୍ରଲୋଭନ କିମ୍ବା ପ୍ରଚାର ଦ୍ୱାରା ପ୍ରଭାବିତ ନ ହୋଇ ଭୋଟରମାନଙ୍କୁ ସେମାନଙ୍କ ମତଦାନର ନିରପେକ୍ଷ ନିଷ୍ପତ୍ତି ନିର୍ଣ୍ଣୟ କରିବା ପାଇଁ ଯୋଗାଇ ଦିଆଯାଇଥାଏ। ନୀରବ ଅବଧି ପୂର୍ବରୁ ସମସ୍ତ ପ୍ରକାରର ପ୍ରଚାର କାର୍ଯ୍ୟ ଶେଷ ହେବ।
ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ବ୍ୟବହାର ସମ୍ପର୍କିତ ରାଜନୈତିକ ଦଳ, ପ୍ରାର୍ଥୀ ଏବଂ ସେମାନଙ୍କ ସମର୍ଥକଙ୍କ ସମେତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ୪୮ ଘଣ୍ଟାର ନୀରବ ଅବଧି ମଧ୍ୟରେ ଫେସବୁକ୍, ଏକ୍ସ (ଟ୍ୱିଟର), ଇନଷ୍ଟାଗ୍ରାମ, ହ୍ୱାଟସଆପ୍ କିମ୍ବା ୟୁ-ଟ୍ୟୁବ୍ ଭଳି ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମରେ କୌଣସି ରାଜନୈତିକ ବିଷୟବସ୍ତୁର ପ୍ରସାରଣ କରିବାରୁ କଡାକଡି ଭାବରେ ନିବୃତ୍ତ ରହିବାକୁ ପରାମର୍ଶ ଦିଆଯାଇଛି।

