Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

୨୪ ଯାଏ ରହିବ ଗୁଳଗୁଳି: କଳବଳ ହେବ ଜୀବନ

.ଭୁବନେଶ୍ୱର: ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ବହିବ । ପ୍ରବଳ ତାତି ଓ ଭୀଷଣ ଗୁଳୁଗୁଳି କଲବଲ କରିବ । ୨୩ ତାରିଖରୁ ଉତ୍ତର ପଶ୍ଚିମ ଭାରତକୁ ପଶ୍ଚିମା ଝଡ଼ ପ୍ରଭାବିତ କରିବ । ଏହାର ପ୍ରଭାବରେ ୨୪ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ଗରମରୁ ଆଶ୍ୱସ୍ତି ମିଳିବ । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି ।
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଅନୁସାରେ, ୨୪ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଭୀଷଣ ଗରମ ଓ ଗୁଳୁଗୁଳି ହୋଇପାରେ । ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ରାଉରକେଲା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ବୌଦ୍ଧରେ ତାପମାତ୍ରା ଅଧିକ ରହିପାରେ । ଆସନ୍ତା ସୋମବାର ବଲାଙ୍ଗୀର, ଟିଟିଲାଗଡ଼, ସୋନପୁର ଓ ବୌଦ୍ଧରେ ତାପମାତ୍ରା ୪୫ ଡିଗ୍ରୀ ପାଖାପାଖି ରହିବ । ନୂଆପଡ଼ା, ବରଗଡ଼, ସୁନ୍ଦରଗଡ଼ରେ ମଧ୍ୟ ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।