Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Avatar photo

ଗରୁଡ ଧ୍ୱଜ ଚୌଧୁରୀ

ସ୍ଥାନୀୟ ପ୍ରତିନିଧି (ପାରଳାଖେମୁଣ୍ଡି) ଗଜପତି

ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକଛେଳିଗଡ ଜଳପ୍ରକଳ୍ପ ବୁଡି ଅଞ୍ଚଳର ସଂଗ୍ରାମ ସମିତି ପକ୍ଷରୁ ଜିଲ୍ଲାପାଳ ୧୫ ଦଫା ଦାବିପ୍ରତ୍ର ପ୍ରଦାନ

ପାରଳାଖେମୁଣ୍ଡି:୨୫/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଅନ୍ତର୍ଗତ ଆର. ଉଦୟଗିରି ବ୍ଳକ ଛେଳିଗଡ ଜଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ...

ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଜିଲ୍ଲା ପ୍ରଶାସନ ତରଫରୁ ରକ୍ତ ଦାନ ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୪/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଆଜି ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ପ୍ରଶାସନ ତରଫରୁ...

ପାରଳାଖେମୁଣ୍ଡି ଠାରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳିତ

ପାରଳାଖେମୁଣ୍ଡି:୨୪/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଜିଲ୍ଲା ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର...

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦ୍‌ଯାପିତ

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦ୍‌ଯାପିତ ପାରଳାଖେମୁଣ୍ଡି:୨୪/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା...

ଗଜପତି ଜିଲ୍ଲାରୁ ୩ ଜଣଙ୍କୁ ୨୦୨୪ ପାଇଁ ନେତାଜୀ ସୁଭାଷ ଚନ୍ଦ୍ର ଗ୍ଲୋବାଲ ଆଇକନ୍ ଲିଡର୍ ପୁରସ୍କାର ପ୍ରଦାନ

ଗଜପତି ଜିଲ୍ଲାରୁ ୩ ଜଣଙ୍କୁ ୨୦୨୪ ପାଇଁ ନେତାଜୀ ସୁଭାଷ ଚନ୍ଦ୍ର ଗ୍ଲୋବାଲ ଆଇକନ୍ ଲିଡର୍ ପୁରସ୍କାର ପ୍ରଦାନ ପାରଳାଖେମୁଣ୍ଡି:୨୪/୯(ଗରୁଡ଼...

ଫ୍ରାନ୍ସର ଲିଓନ ଠାରେ ଅନୁଷ୍ଠିତ ୪୭ତମ ବିଶ୍ଵ “ୱାର୍ଲ୍ଡ ସ୍କିଲ୍”ପ୍ରତି ଯୋଗିତାରେ ରୌପ୍ୟ ପଦକ ହାସଲ କରି ଦେଶ ପାଇଁ ଗୌରବ ଆଣିଲେ ଗଜପତି ଜିଲ୍ଲାର ନିଖିଲ

ଫ୍ରାନ୍ସର ଲିଓନ ଠାରେ ଅନୁଷ୍ଠିତ ୪୭ତମ ବିଶ୍ଵ “ୱାର୍ଲ୍ଡ ସ୍କିଲ୍”ପ୍ରତି ଯୋଗିତାରେ ରୌପ୍ୟ ପଦକ ହାସଲ କରି ଦେଶ ପାଇଁ...

ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଅନ୍ତର୍ବା ଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଅନ୍ତର୍ବା ଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ପାରଳାଖେମୁଣ୍ଡି:୨୩/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି...

ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଗଜପତି ଜିଲ୍ଲା କରଣ ସମାଜ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ।

ପାରଳାଖେମୁଣ୍ଡି:୨୩/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ରବିବାର ଦିନ ଦଶଟା...

ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ପରିସରରେ ନିଯୁକ୍ତି ଭିତ୍ତିକ ତାଲିମ ପ୍ରଦାନ ପାଇଁ ଚୁକ୍ତିନାମା ସ୍ଵାକ୍ଷରିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୩/୯(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ରାଜ ସିତାପୂର ନିକଟରେ ଥିବା ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ...

ମୋହନା ବ୍ଲକରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ଯୋଜନା ମାଧ୍ୟମରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ବ୍ଲକ ବୈଠକ ଗୃହରେ ଜିଲ୍ଲା ପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ଙ୍କ ସଭାପତିତ୍ବ...

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଓଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ଆଜି ଠାରୁ ୨୩-ସେପ୍ଟେମ୍ବର, ୨୦୨୪ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲୁରହିବ । ଆଜିର ଏହି ମେଳାରେ ମୁଖ୍ୟଅତିଥି ଭାବେ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି, ଓଡ଼ିଶାଯୋଗଦେଇ ବିକଶିତ ଓଡିଶା ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମକୁ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଶ୍ରୀକେ.ନାରାୟଣ ରାଓ, ପୂର୍ବତନ ବିଧାୟକ ପାରଳାଖେମୁଣ୍ଡି, ଶ୍ରୀମତୀ ମାଳତୀ ପ୍ରଧାନ, ଅଧ୍ୟକ୍ଷା ପଞ୍ଚାୟତ ସମିତି ନୂଆଗଡ଼ ଓ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଉଦଘାଟନୀ ଉତ୍ସବରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜେନା ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରି ନିଜ ବକ୍ତବ୍ୟରେ କହିଥିଲେ ଯେ ରାଜ୍ୟରେ ୧୦୦ଦିନ ପୂରଣ କରିଥିବା ସରକାରଙ୍କ ସଫଳ କାହାଣି ବର୍ଣ୍ଣନା କରିବା ସହ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ଓଡିଶାର ସାମଗ୍ରୀକ ବିକାଶ ଓ ସମୃଦ୍ଧି ଦିଗରେ ଅଗ୍ରସର ହେଉଛି । ଏହି ଅବସରରେ ଅଳ୍ପଦିନ ମଧ୍ୟରେ ମୋହନ ସରକାର ମହିଳାମାନଙ୍କ ନିମନ୍ତେ ସୁଭଦ୍ରା ଯୋଜନା ଠାରୁ ଆରମ୍ଭ କରି କୃଷକ ଓ ମହିଳା ସଶକ୍ତିକରଣ ଓ ସମସ୍ତ ବର୍ଗର ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦର୍ଶାଇବା ସହ ଏହି ସରକାର ସାଧାରଣ ଲୋକଙ୍କ ସରକାର ବୋଲି ପ୍ରକାଶ କରିଥିଲେ । ସେହିପରି ଜନସାଧାରଣଙ୍କ ଦକ୍ଷତାର ସଦ୍ ଉପଯୋଗ କରିବା ସହ ପ୍ରତ୍ୟେକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରକାଶ କରିଥିଲେ । ଜିଲ୍ଲାପାଳଙ୍କ ସ୍ୱାଗତ ଅଭିଭାଷଣରେ ସମସ୍ତ ଜନସାଧାରଣଙ୍କୁ କହିଥିଲେ କଠିନ ପରିଶ୍ରମକଲେ ଜିଲ୍ଲା, ରାଜ୍ୟ ଓ ଦେଶ ବିକଶିତ ହୋଇପାରିବ ।ଏହି ଅବସରରେ ସୁଭଦ୍ରା ଯୋଜନାର ପାଞ୍ଚ ଜଣ ହିତାଧିକାରୀଙ୍କୁ ୫,୦୦୦/- ଲେଖାଏଁ ଚେକ୍ ପ୍ରଦାନ କରାଯାଇଥିବା ବେଲେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ୬ ଜଣଙ୍କୁ ୫୦,୦୦୦/- ଲେଖାଏଁ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦୁଇଗୋଟି ଦମ୍ପତୀଙ୍କୁ ଭିନ୍ନକ୍ଷମଙ୍କ ନିମନ୍ତେ ବିବାହ ପ୍ରୋତ୍ସାହନ ରାଶି ପ୍ରତେକ୍ୟଙ୍କୁ ୨ ଲକ୍ଷ ୫୦ ହଜାର ଲେଖାଏଁ ମାନ୍ୟବର ମନ୍ତ୍ରୀ ପ୍ରଦାନ କରିଥିଲେ ।ଏହି ମେଳାରେ ମୋଟ ୩୦ଟି ଷ୍ଟୋଲ ସ୍ଥାନ ପାଇଥିବା ବେଳେ ଏଗୁଡିକରେ ହସ୍ତଶିଳ୍ପ କାରିଗର, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଓ ମହିଳା ସଂୟ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ ଶୁଭାରମ୍ଭ ହୋଇଛି । ସେହିପରି ଓରମାସ୍, ପଞ୍ଚାୟତରାଜ ବିଭାଗ, ମିଶନ ଶକ୍ତି, ଶିକ୍ଷା ବିଭାଗ, ପର୍ଯ୍ୟଟନ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଉଦ୍ୟାନ ବିଭାଗ, ଶ୍ରମ ବିଭାଗ, ଜିଲ୍ଲା ଶିଳ୍ପକେନ୍ଦ୍ର, ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ତଥା ସଚେତନତା ଷ୍ଟୋଲ ଖୋଲାଯାଇଛି।ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ. ଗୁଣନିଧି ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ଜିଲ୍ଲାର ସ୍ଥାନୀୟ କଳାକାରମାନଙ୍କୁ ନେଇ ରଙ୍ଗାରଙ୍ଗ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ଶ୍ରୀ ଅନୁପ ପଣ୍ଡା ଉପ ଜିଲ୍ଲାପାଳ- ପାରଳାଖେମୁଣ୍ଡି, ଶ୍ରୀ ଦିଲ୍ଲୀପ କୁମାର ବେହେରା ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଶ୍ରୀମତୀ ମୋନରମା ଦେବି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସଂପୃକ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ...

କାଶୀନଗର ଦେଇ ଯାଉଥିବା ବଂଶଧରା ନଦୀରୁ ଅବାଧ ବାଲି ଚାଲାଣ ପରେ ସକ୍ରୀୟ ପ୍ରଶାସନ : ଡ୍ରନ କେମେରା ଦ୍ୱାରା ସର୍ଭେ

ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର କାଶୀନଗର ବ୍ଲକ ଦେଇ ଯାଉଥିବା ବଂଶଧରା ନଦୀରୁ ଆନ୍ଧ୍ର ପଟକୁ କେତେକ ବାଲି...