Odisha Districts News
Ravenshaw University: ମହାନଦୀ ହଷ୍ଟେଲ ଖାଦ୍ୟରେ ପୋକ, ନିମ୍ନମାନର ଖାଦ୍ୟ ଅଭିଯୋଗରେ ଛାତ୍ରୀଙ୍କ ପ୍ରତିବାଦ
କଟକ: ଓଡ଼ିଶାରେ ବିଭିନ୍ନ କଲେଜ ଏବେ ସ୍କୁଲର ହଷ୍ଟେଲ ଗୁଡିକରେ ଖାଦ୍ୟର ଗୁଣବତ୍ତା ଏବଂ ସ୍ୱଚ୍ଛତାକୁ ନେଇ ସୃଷ୍ଟି ହୋଇଛି...
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ।
କଳାହାଣ୍ଡି,୦୫/୧୦ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଯୋନ ର ୮ ପଞ୍ଚାୟତ କୁ ନେଇ ଗଠିତ ଆମପାଣି ଯୋନ...
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।
କଳାହାଣ୍ଡି,୦୫/୧୦ ଦେଶ ସେବା କରି ଜଣେ ସେନା ନିବୃତ ସିପାହୀ ଯେତେବେଲେ ନିଜ ଭିଟାମାଟି କୁ ଫେରେ ତାର ସ୍ୱାଗତ...
ମୁରିବାହାଲ ରେଞ୍ଜରେ ମନରେଗା ଦୁର୍ନୀତି: କାମ ବନ୍ଦ, ସାମ୍ନାକୁ ଆସିଲା ଜାଲ ମାଷ୍ଟର ରୋଲ୍ରେ ଟଙ୍କା ହଡ଼ପ ଅଭିଯୋଗ ।
ବଲାଙ୍ଗୀର,୪।୧୦: ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବନାଞ୍ଚଳ (ରେଞ୍ଜ) ଅନ୍ତର୍ଗତ ଯଇଁତରା ନୂଆପଡ଼ା ସେଣ୍ଟ୍ରାଲ ନର୍ସରୀରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ...
କୁଚିଣ୍ଡା ଆଇଟିଡିଏରେ ‘ବାଘ ନଥିଲେ ମିରିଗ ନାଟ’: ୬ ମାସ ହେଲା ପିଏ ପଦବୀ ଫାଙ୍କା, ଯନ୍ତ୍ରୀ-ଠିକାଦାରଙ୍କ ରାଜୁତିରେ ଚାଲିଛି ମହାଦୁର୍ନୀତିବଞ୍ଜାରୀ ସ୍କୁଲରେ ବଙ୍କା କଲମ୍, ବଡ଼ମାଲ୍ ଯାମୁମାଲ ସେବାଶ୍ରମ ସ୍କୁଲରେ ମାତ୍ର ୭.୮ ଇଞ୍ଚର ଖୁଣ୍ଟ: ୫ ଶହରୁ ଅଧିକ ଛାତ୍ରଛାତ୍ରୀଙ୍କ ଜୀବନ ସହ ଖେଳ
ଜମନକିରା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) କାର୍ଯ୍ୟାଳୟରେ ଏବେ ‘ବାଘ ନଥିଲେ ମିରିଗ...
ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ...
ବରଗଛ ତଳେ ଚାଲିଛି ସ୍ୱାସ୍ଥ୍ୟସେବା: ଜୁନାନୀ ଗାଁରେ ‘ହେଲ୍ଥ ଆଣ୍ଡ ୱେଲନେସ୍ ସେଣ୍ଟର’ ନିର୍ମାଣ ପାଇଁ ଗ୍ରାମବାସୀଙ୍କ ଜୋରଦାର ଦାବି
ଜମନକିରା : ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ଅନ୍ତର୍ଗତ ଟିକଲିପଡ଼ା ପଞ୍ଚାୟତର ଜୁନାନୀ ଗାଁରୁ ଗ୍ରାମୀଣ ସ୍ୱାସ୍ଥ୍ୟସେବାର ଏକ ଦୟନୀୟ...
ଜଳାଶୟକୁ ଗାଧୋଇବାକୁ ଯାଇ ଶ୍ରମିକଙ୍କ ମୃତ୍ୟୁ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ – ଜଟିଆପାଲି ରାସ୍ତାର ଏକ ପର୍ସରେ ମୋରମ...
କଳାପଥର ରେ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ସ୍ଵର୍ଗତଃ ଲକ୍ଷ୍ମଣ ଶତପଥୀ ଙ୍କ ପଚିଶ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ
ଉଲୁଣ୍ଡା : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ହାଇସ୍କୁଲରେ ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ √ ଲକ୍ଷ୍ମଣ ଶତପଥୀଙ୍କ ୨୫...
ଜଙ୍ଗଲୀ ହାତୀ ପାଲଟିଲା ‘ପୋଷା’: ଜମନକିରା ଅଞ୍ଚଳରେ ୬ ମାସ ହେଲା ଘର ଘର ବୁଲି ଖାଉଛି ଖାଦ୍ୟ, ଜଙ୍ଗଲକୁ ଫେରିବାକୁ ନାହିଁ ଇଚ୍ଛା
ଜମନକିରା : ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ...
ବୀରମହାରାଜପୁର ବାଳକ ହାଇସ୍କୁଲ ରେ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ
ବୀରମହାରାଜପୁର : ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟ ରେ ଶନିବାର ପଞ୍ଚମ ଶ୍ରେଣୀ ର ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି...
ଗୋଷ୍ଠି ଶିକ୍ଷା ବିଭାଗ ରେ ନୂତନ ନିଯୁକ୍ତି ସିଆରସିସି ଙ୍କ ଯୋଗଦାନ।
କଳାହାଣ୍ଡି,୦୩/୧୦ କଳାହାଣ୍ଡି ଜିଲ୍ଲା କୋକସରା ଗୋଷ୍ଠି ଶିକ୍ଷା ବିଭାଗ ର ୫ ଗୋଟି କ୍ଲଷ୍ଟର ରେ ନବ ନିଯୁକ୍ତ ସିଆରସିସି...
